ବାଣ ଗୋଦାମରେ ବିସ୍ଫୋରଣ: ଦୁଇ ମୃତ, ୮ ଆହତ

add-all

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଗାଁରେ ଥିବା ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଗୋଦାମ ଘର ଛାତ ମଧ୍ୟ ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି।

ଅନ୍ୟପଟେ ଏଭଳି ବଡ଼ଧରଣର ବିସ୍ଫୋରଣ ଯୋଗୁଁ ଏକ କିଲୋମିଟର ଦୂରରେ ଥିବା ପୁରୁଣାକଟକ ମାର୍କେଟରେ ଅନେକ ଗାଡି ସୋରୁମ ସହିତ ଦୋକାନ ଘର କାଚ ଭାଙ୍ଗିଥିବା ଦେଖିବାକୁ ମିଳିଛି । ଖବର ପାଇ ହରଭଙ୍ଗା ଅଗ୍ନିଶମ ବାହିନୀ ଏବଂ ପୁରୁଣା କଟକ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛନ୍ତି। ଏଭଳି ଘଟଣା ପରେ ସମ୍ପୃକ୍ତ ଗାଁରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି।

ad-week
Leave A Reply

Your email address will not be published.