ବସ୍-ଟ୍ରକ ମୁହାଁମୁହିଁ ଧକ୍କା, ୫ ଜଣଙ୍କ ମୃତ୍ୟୁ

youtube

ବଣାଇ : ବସ୍-ଟ୍ରକ ମୁହାଁମୁହିଁ ଧକ୍କା । ଫଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଳକ କେବଲାଙ୍ଗ ଥାନା ନିକଟ ୫୨୦ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ରାଉରକେଲାରୁ କୋଇଡାକୁ ଆସୁଥିବା , ଯାତ୍ରୀବାହୀ ବସ୍  ସହ ଟ୍ରକର ମୁହାଁମୁହିଁ ଧକ୍କା ହୋଇଛି । ପୋଲିସ ଓ ଅଗ୍ନିଶମବାହିନୀ ପହଂଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । କଟର୍ ସାହାଯ୍ୟରେ ବସ୍ ଝରକା କାଟି ଯାତ୍ରୀଙ୍କୁ ଉଦ୍ଧାର କରାଯାଉଛି । ଆହତଙ୍କୁ ବଣାଇ ମେଡିକାଲ ପଠାଯାଇଛି ।

ସେହିପରି ଆଜି ରାୟଗଡା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ଭାଲେରୀ କୁଡ଼ିଆ ଗ୍ରାମ ମୁଖ୍ୟ ରାସ୍ତାରେ ଭାରସାମ୍ୟ ହରାଇ ଗଛକୁ ପିଟିଲା ଟିପ୍ପର । ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଚାଳକ ଜଣକ ଗୁରୁତର ଭାବେ ଆହତ ହୋଇଛନ୍ତି ।

ଅନ୍ୟପଟେ କୋରାପୁଟ ଜିଲ୍ଲା ନାରାୟଣପାଟଣାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ୪ ଜଣ ଆହତ ହୋଇଛନ୍ତି ।

Leave A Reply

Your email address will not be published.