ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ ଅନୁଷ୍ଠିତ

add-all

ନୟାଗଡ଼ (ନିସର୍ତ୍ତ ନ୍ୟୁଜ୍): ନୟାଗଡ଼ ଜିଲ୍ଲା, ରଣପୁର ବ୍ଲକ୍ ଅନ୍ତର୍ଗତ ରାଜ ସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ପ୍ରଧାନମନ୍ତ୍ରୀଙ୍କ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହିଳାଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ନିଜ ଜନ୍ମ ଦିନରେ ମଧ୍ୟପ୍ରଦେଶରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ ଜରିଆରେ ମହିଳାଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ସୁନିଶ୍ଚିତ କରାଯାଇଛି । ମାଗଣାରେ ହେବ ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ମାଗଣାରେ ମିଳିବ ଔଷଧ। ଏହି ଅଭିଯାନ ପକ୍ଷରୁ ସ୍ବାସ୍ଥ୍ୟ କ୍ୟାମ୍ପ ଜରିଆରେ ମହିଳାଙ୍କର ବିଭିନ୍ନ ପ୍ରକାର ରୋଗର ସ୍କ୍ରିନିଂ କରାଯିବ । ଏନେଇ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ ଏହି ଅଭିଯାନ ଚାଲିଥିବା ବେଳେ ରାଜ ସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ମଧ୍ଯ ଏହି ଅଭିଯାନ ଚାଲୁ ରହିଛି। ଏହି କାର୍ଯ୍ୟକ୍ରମରେ ୫୦୦ ରୁ ଉର୍ଦ୍ଧ୍ବ ମହିଳା ମାନେ ଯୋଗ ଦେଇଥିଲେ । ଏହି ଅଭିଯାନକୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧିକ୍ଷକ ଜଗଦୀଶ ଜେନା ପରିଚାଳନା କରିଥିବା ବେଳେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଡାକ୍ତର ଏବଂ ଅନ୍ୟ ସଦସ୍ୟ ସଦସ୍ୟା ମାନେ ସହଯୋଗ କରିଥିଲେ । ଏକ ବିଶେଷଜ୍ଞ ଡାକ୍ତର ଦଳ ମହିଳା ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରି ଆବଶ୍ୟକ ପରାମର୍ଶ ପ୍ରଦାନ କରିଥିଲେ ।

ad-week
Leave A Reply

Your email address will not be published.