
ଭୁବେନଶ୍ବର: ଲଗାଣ ବର୍ଷା ଯୋଗୁଁ ରାଜ୍ୟର କିଛି ନଦୀରେ ଜଳସ୍ତର ବଢିବାରେ ଲାଗିଛି । କିନ୍ତୁ କୌଣସି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉନାହିଁ । ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । ମହାନଦୀର ଶାଖା ନଦୀ ଗୁଡିକରେ ଜଳସ୍ତର ବଢିବା ସମ୍ଭାବନା ରହିଛି । ଏବେ ହୀରାକୁଦର ୧୦ଟି ଗେଟ୍ ଦେଇ ବନ୍ୟା ଜଳ ପ୍ରବାହିତ ହେଉଛି । ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଆଜି ସକାଳୁ ୪ଟି ଗେଟ୍ ଦେଇ ବନ୍ଦ କରାଯାଇଥିବା ବେଳେ ମଧ୍ୟାହ୍ନରେ ଆଉ ୬ଟି ଗେଟ୍ ବନ୍ଦ କରାଯାଇଛି ।
ଅନ୍ୟପଟେ ଫୁଲୁଛି ମହାନଦୀ । ମୁଣ୍ଡଳୀ ବ୍ୟାରେଜ ଦେଇ ପ୍ରବାହିତ ହେଉଛି ବନ୍ୟାଜଳ । ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ ହେଉଥିବା ବନ୍ୟାଜଳ ମୁଣ୍ଡଳୀ ଦେଇ ପ୍ରବାହିତ ହେଉଛି । ଆଜି ସକାଳ ୭ଟା ମୁଣ୍ଡଳୀ ଦେଇ ୫ଲକ୍ଷ ୯୨ହଜାର ୨୫୫କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଥିବାବେଳେ ଧୀରେ ଧୀରେ ଜଳସ୍ତର ବଢୁଛି ।