ରାଜ୍ୟରେ ବନ୍ୟା ଆଶଙ୍କା ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

youtube

ଭୁବନେଶ୍ୱର : ରାଜ୍ୟରେ ନାହିଁ ବନ୍ୟା ସ୍ଥିତି । ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି ବଂଶଧାରା ।  ଏବେ କାଶୀନଗରରେ ୫୪.୧୬ ମିଟରରେ ପ୍ରବାହିତ ହେଉଛି ।  ବଂଶଧାରାକୁ ବାଦ୍ ଦେଲେ ଅନ୍ୟ ନଦୀ ଗୁଡିକ ମଧ୍ୟ ବିପଦ ସଙ୍କେତ ତଳେ ରହିଛି ।  ଏବେ ବର୍ଷା କମିଥିବାରୁ ନଦୀର ଜଳସ୍ତର କମିବାରେ ଲାଗିଛି । ଗତକାଲି ଖୋର୍ଦ୍ଧା ଓ ବାଲିଆପାଳରେ ବ୍ଲକରେ ସର୍ବାଧିକ ୫୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।  ତେଣୁ ଏବେ କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ ବୋଲି କହିଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ ।

ଅନ୍ୟପଟେ ଅକ୍ଟୋବର ୯ରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି ।  ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି ।  ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଆଜି ସହ ଆସନ୍ତା ଦୁଇ ଦିନ ବିଜୁଳି ଘଡଘଡ଼ି ସହ ହାଲୁକା ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Leave A Reply

Your email address will not be published.