ବାଲିଯାତ୍ରା ପାଇଁ ୧୩ରୁ ପ୍ଲଟ ନିଲାମୀ ପ୍ରକ୍ରିୟା ଆରମ୍ଭ

add-all

କଟକ: ଐତିହାସିକ କଟକ ବାଲିଯାତ୍ରା-୨୦୨୫ରେ ଷ୍ଟଲ ଖୋଲିବା ନିମନ୍ତେ ପ୍ଲଟ ପଞ୍ଜିକରଣ ପ୍ରକ୍ରିୟା ଜାରି ରହିଛି। ଏହା ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ୧୩ ତାରିଖର ପ୍ଲଟ ନିଲାମୀ ପ୍ରକ୍ରିୟା ଆରମ୍ଭ ​ହେବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବର୍ତ୍ତମାନ ଉଭୟ ଅନଲାଇନ ଏବଂ ଅଫଲାଇନ ଜରିଆରେ ପଞ୍ଜିକରଣ କରାଯାଉଛି। ବାରବାଟୀ ପ୍ୟାଲେସଠାରେ ଦୈନିକ ପୂର୍ବାହ୍ନ ୧୦ ଟାରୁ ଅପରାହ୍ନ ୫ଟା ୩୦ ମିନିଟ ମଧ୍ୟରେ ଫର୍ମ ଦାଖଲ ଓ ପଞ୍ଜିକରଣ କାର୍ଯ୍ୟ ଚାଲୁ ରହିଛି। ଗତ ୨୬ ତାରିଖଠାରୁ ଏହି ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଛି।  ଏହା ପରେ ଆସନ୍ତା ୧୩ ତାରିଖରୁ ନିଲାମୀ ପ୍ରକ୍ରିୟା ଆରମ୍ଭ ହେବ। ଆଜି ଅର୍ଥାତ ଶନିବାର ସୁଦ୍ଧା ୧୫୦ରୁ ଅଧିକ ପ୍ଲଟ ପାଇଁ ପଞ୍ଜିକରଣ କରାଯାଇଛି। ଅନଲାଇନ ମାଧ୍ୟମରେ ପଞ୍ଜିକରଣ ପାଇଁ ଇଚ୍ଛୁକ ବ୍ୟକ୍ତି www.baliyatra.net ୱେବସାଇଟକୁ ଯାଇ ପଞ୍ଜିକରଣ କରିପାରିବେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

ad-week
Leave A Reply

Your email address will not be published.