କଟକ କର୍ଫ୍ୟୁ: ମିଥ୍ୟା ପ୍ରଚାର କଲେ ହେବ କାର୍ଯ୍ୟାନୁଷ୍ଠାନ

youtube

କଟକ: କଟକରେ ୩୬ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି । ଏହି ସମୟରେ ଶାନ୍ତି ବଜାୟ ରଖିବା ପାଇଁ ଓଡ଼ିଶା ପୁଲିସ ପକ୍ଷରୁ ବାରମ୍ବାର ନିବେଦନ କରାଯାଉଛି । ପୁଲିସ ଏକ ଆଡଭାଇଜରୀ ଜାରି କରି କହିଛି ଯେ ମିଥ୍ୟ ପ୍ରଚାର କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ସୋସିଆଲ  ମିଡ଼ିଆରେ କୌଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରନ୍ତୁ । ଏହା ସହ ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାରୁ ବିରତ ରହନ୍ତୁ। ଯେଉଁମାନେ ମିଥ୍ୟା କିମ୍ବା ଭ୍ରାନ୍ତି ସୂଚନା ପ୍ରଚାର ଓ ପ୍ରସାର କରୁଛନ୍ତି, ସେମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

କିଛି ବ୍ୟକ୍ତି ବିଶେଷ ମିଥ୍ୟା ଖବର ପ୍ରସ୍ତୁତ ଓ ପ୍ରଚାର କରି ସମାଜରେ ଅଶାନ୍ତିର ବାତାବରଣ ସୃଷ୍ଟି କରୁଛନ୍ତି। ନାଗରିକମାନେ ସଚେତନ ରୁହନ୍ତୁ ଏବଂ କୌଣସି ପରିସ୍ଥିତିରେ ମଧ୍ୟ ମିଛ ଭିଡିଓ କିମ୍ବା ସୋସିଆଲ ମିଡ଼ିଆ ପୋଷ୍ଟ ଉପରେ ବିଶ୍ୱାସ କରନ୍ତୁ ନାହିଁ।

Leave A Reply

Your email address will not be published.