କଟକ ଗଣ୍ଡଗୋଳ: ୮ ଗିରଫ

youtube

କଟକ: କଟକ ଗଣ୍ଡଗୋଳ ଘଟଣାରେ ଏଯାବତ ୮ଜଣଙ୍କୁ ଗିରଫ କରିଛି ପୁଲିସ । ଏନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର ଏସ୍‍ ଦେବଦତ୍ତ ସିଂହ । ଆଗକୁ କାର୍ଯ୍ୟାନୁଷ୍ଠାନ ଆହୁରି ଜୋରଦାର ହେବ ବୋଲି କହିଛନ୍ତି ।  ୩ଟି ମାମଲାରେ ୮ଜଣଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ ସଙ୍ଗୀନ ଦଫା ଲଗାଇଛି ପୁଲିସ । ବିନା ଅନୁମତିରେ ଶୋଭାଯାତ୍ରା ବହାର କରିବା, ବେଆଇନ ଭାବେ ସହର ପରିକ୍ରମା କରି ଏକାଠି ହେବା, ପୁଲିସ ଉପରେ ଆକ୍ରମଣ ଭଳି ମାମଲା ରୁଜୁ କରିଛି ପୁଲିସ ।

କଟକରେ ଧୀରେ ଧୀରେ ଶାନ୍ତି ଫେରୁଛି । ବିଶୃଙ୍ଖଳାକାରୀଙ୍କ ବିରୋଧରେ ପୁଲିସ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । କଟକରେ ଶାନ୍ତି ଓ ସଦଭାବନା ବଜାୟ ରଖିବା ପାଇଁ ଜନସାଧାରଣଙ୍କୁ ନିବେଦନ କରାଯାଉଛି ।

Leave A Reply

Your email address will not be published.