
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଖୋଳତାଡ ଜାରି ରଖିଛି ଦୁର୍ଗାପୁର ପୁଲିସ । ଘଟଣାରେ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପଚରାଉଚରା କରାଯିବା ପରେ ଆଜି ପୁଲିସ କ୍ରାଇମ ସିନ୍ ରିକ୍ରିଏସନ୍ କରୁଛି । ଜଣେ ଅଭିଯୁକ୍ତକୁ ଧରି ଦୁର୍ଗାପୁର ପରାନଗଞ୍ଜ ଜଙ୍ଗଲରେ ପହଞ୍ଚି କ୍ରାଇମ୍ ସିନ୍ ରିକ୍ରିଏସନ୍ କରୁଛି ପୁଲିସ ଟିମ୍ । ଏହି ସମୟରେ ଦୁର୍ଗାପୁର ଡିସିପି ଓ ତଦନ୍ତକାରୀ ଅଧିକାରୀ ମାନେ ଉପସ୍ଥିତ ରହିଛନ୍ତି ।
ଗଣଦୁଷ୍କର୍ମ ମାମଲାରେ ପୀଡିତାଙ୍କ ପରିବାର ସହ କଥା ହୋଇଛନ୍ତି ଦୁର୍ଗାପୁର ପୁଲିସ । ସମସ୍ତ ୫ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଥିବା କହିଛନ୍ତି ଦୁର୍ଗାପୁର ପୁଲିସ କମିଶନର । ଡିସିପି ପୀଡିତାଙ୍କ ବାପାଙ୍କ ସହ କଥା ହୋଇ ସୁରକ୍ଷା ପ୍ରତିଶ୍ରୁତି ଦେଇଛନ୍ତି । ପୀଡିତାଙ୍କ ପରିବାର ସହ ପୁଲିସ ରହିଛି, ସମସ୍ତ ସହଯୋଗ ଦିଆଯିବ ବୋଲି କମିଶନର କହିଛନ୍ତି ।