ରାଜ୍ୟ ସରକାରୀଙ୍କ ଦୀପାବଳି ଭେଟି, ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

youtube

ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀଙ୍କୁ  ଦୀପାବଳି ଭେଟି । ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା ।  ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା ।  ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ ।

Leave A Reply

Your email address will not be published.