
ଚିକିଟି: ସୁନାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -୨୦୨୫ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ପନ୍ନଗଭୂଷଣ ମାଝୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ମେଘନାଦ ବେହେରା, ପୂର୍ବତନ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ନିଗମାନନ୍ଦ ପଣ୍ଡା ଓ ସିମାଞ୍ଚଳ ପଣ୍ଡା ତଥା ସୁନାପୁର ସରପଞ୍ଚ ଲକ୍ଷ୍ମୀଧର ବେହେରା ସମ୍ମାନୀୟ ଅତିଥି ଭାବେ ଯୋଗଦେଇଥିଲେ। କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀମାନେ ଯୋଗଦେଇ କାର୍ଯ୍ୟକ୍ରମ ର ସଫଳ ରୂପାୟନ କରିଥିଲେ। କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ କୁ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀ ମଞ୍ଜନକୁମାର ବେହେରା ପରିଚାଳନା କରିଥିବାବେଳେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଲଳିତ ମୋହନ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।