ସରିଲା ନାମାଙ୍କନ, ଏଥର ଜମିବ ପ୍ରଚାର

add-all

ନୂଆପଡା: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଶେଷ ହେଲା ନାମାଙ୍କନ ପତ୍ର ଦାଖଲ। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ୧୯ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୧ ଜଣ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

୧୯ ଜଣ ପ୍ରାର୍ଥୀ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ । ଏହାସହ ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

। ସ୍ବାଧୀନ ପ୍ରାର୍ଥୀ ମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା,କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ, ଲୋଚନ ମାଝୀ,ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି । ସେପଟେ ନାମାଙ୍କନ ସରିଥିବା ବେଳେ ଆଜିଠୁ ଜମିବ ପ୍ରଚାର । ପ୍ରଚାର ମୈଦାନକୁ ଓହ୍ଲାଇବେ ୩ ଦଳର ହେଭିୱେଟ୍ । ବିଜେପି, କଂଗ୍ରେସ ଓ ବିଜେଡିର ପ୍ରାର୍ଥୀ ଜୋରଦାର ପ୍ରଚାର କରି ନିଜ ସପକ୍ଷରେ ଭୋଟ୍ ହାତେଇବାର ପ୍ରୟାସ କରିବେ । ଅକ୍ଟୋବର ୨୪ (ଶୁକ୍ରବାର) ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ହୋଇଥିବା ବେଳେ ନଭେମ୍ବର ୧୬ ତାରିଖ (ରବିବାର) ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।

ad-week
Leave A Reply

Your email address will not be published.