ନୂଆପଡ଼ା ଉପନିର୍ବାଚନ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

youtube

ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନ ନେଇ ଡିଜିପିଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା। ପୋଲିସ ମୁଖ୍ୟାଳୟ ଠାରେ ଉପନିର୍ବାଚନ ନେଇ ପୋଲିସ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ଅବାଧ, ସ୍ୱଚ୍ଛ, ମୁକ୍ତ ଓ ନିରପେକ୍ଷ ଉପ-ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ ଡିଜିପି।

ନିର୍ବାଚନ ଆଚରଣ ବିଧିର କଡାକଡି ଅନୁପାଳନ ଉପରେ ମଧ୍ୟ ଗୁରୁତ୍ବ ପ୍ରଦାନ କରିଥିଲେ। ଭିଆଇପି ଓ ଭିଭିଆଇପିଙ୍କ ଗସ୍ତ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ପାଇଁ ଭାରତୀୟ ନିର୍ବାଚନ କମିସନ ନିର୍ଦ୍ଦେଶାବଳୀକୁ ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସନ୍ଦିଗ୍ଧ ବ୍ୟକ୍ତିବିଶେଷଙ୍କୁ ଗିରଫ କରିବା, ବେଆଇନ ଟଙ୍କା କାରବାରକୁ ରୋକିବା, ବେଆଇନ ଅସ୍ତ୍ରଶସ୍ତ୍ର ଓ ବେଆଇନ ମଦ ଜବତ କରିବା ଏବଂ ପଡ଼ି ରହିଥିବା ୱାରେଣ୍ଟିକୁ ସତର୍କ କରାଇବା ସହ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପକୁ ଜୋରଦାର କରିବା ଉପରେ ଗୁରୁତ୍ୱ ଦେଇଥିଲେ।

ନିର୍ବାଚନକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ୧୪ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍ ବଳ, ୫ ପ୍ଲାଟୁନ୍ OSAP, ୩୫ ଟି ମୋବାଇଲ୍ ପାଟ୍ରୋଲିଂ ପାର୍ଟି, ୧୮ଟି ଫ୍ଲାଇଙ୍ଗ୍ ସ୍କ୍ୱାଡ୍, ୧୮ଟି ଷ୍ଟାଟିକ ସର୍ଭେଲାନ୍ସ ଟିମ୍ ସହ ଜିଲ୍ଲା ପୋଲିସ୍ ଅଧିକାରୀଙ୍କୁ ନିୟୋଜିତ କରାଯିବ ।

Leave A Reply

Your email address will not be published.