ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ, ରାଜସ୍ବ ମନ୍ତ୍ରୀ

youtube

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଯେ କୌଣସି ପରିସ୍ଥିତି ମୁକାବିଲା ନେଇ ଆମେ ପ୍ରସ୍ତୁତ ରହିଛୁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।  ପ୍ରଭାବିତ ହେବାକୁ ଥିବା ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି ।  ରିଲିଫ କେନ୍ଦ୍ର ପ୍ରସ୍ତୁତ ରଖାଯାଇଛି, ଆବଶ୍ୟକ ହେଲେ ସ୍ଥାନାନ୍ତର କରାଯିବ । ତେବେ ଲୋକମାନେ ଭୟଭୀତ ହେବାର ଆବଶ୍ୟକତା ନାହିଁ । ରାଜ୍ୟ ସରକାର ସଂପର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ।

Leave A Reply

Your email address will not be published.