
ବାରିପଦା: ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଲଜ୍ଜାଜନକ ଘଟଣା ଘଟିଛି। ଦୁଇ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଦୁଇ ନାବାଳିକାଙ୍କ ମଧ୍ୟରୁ ଜଣେ ଅଷ୍ଟମ ଓ ଜଣେ ନବମ ଶ୍ରେଣୀରେ ପଢ଼ୁଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ ୨୨ ତାରିଖରେ ଦୁଇ ଜଣ ନାବାଳିକା ଯାତ୍ରା ଦେଖିବାକୁ ଯାଇଥିଲେ। ଏତିକିବେଳେ ୬ରୁ ୭ ଜଣ ଯୁବକ ଏକ ନିଛାଟିଆ ସ୍ଥାନକୁ ଉଭୟଙ୍କୁ ଟେକି ନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ପରେ ୩ ଜଣ ଯୁବକଙ୍କୁ ଥାନାରେ ଅଟକ ରଖାଯାଇଛି। ଏବଂ ଅନ୍ୟ ଅଭିଯୁକ୍ତଙ୍କୁ ପୁଲିସ୍ ଖୋଜୁଛି। ଦୁଇ ଅଭିଯୁକ୍ତ ହେଲେ ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ପୁର୍ଣ୍ଣଚନ୍ଦ୍ରପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।