ବାତ୍ୟା ନ ଆସୁଣୁ ମାର୍କେଟରେ ମିଳୁନି ଆଳୁ, କଳାବଜାରୀ ନ କରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

youtube

ଭୁବନେଶ୍ୱର: ବତ୍ୟା ନ ଆସୁଣୁ ବଜାରରୁ ଆଳୁ ଗାୟବ ହୋଇଯାଇଥିବା ଦେଖିବାକୁ ମିଳିଛି । ଶନିବାର ସକାଳୁ ନେଇ ବର୍ତ୍ତମାନ ସୁଦ୍ଧା କୋଲକାତାରୁ ଭୁବନେଶ୍ୱରକୁ କୌଣସି ଆଳୁ ଗାଡ଼ି ଆସିନି । ଫଳରେ ଆଳୁର ଅଭାବ ଚିନ୍ତା ସମସ୍ତଙ୍କୁ ଘାରିଛି ।

ରବିବାର କିଛି ହାଟରେ ଆଳୁ କିଲୋ ପ୍ରତି ୨୫ ଟଙ୍କା ଓ ପିଆଜ ୩୦ ଟଙ୍କାରେ ବିକ୍ରି ହୋଇଛି । ଦିନକପୂର୍ବରୁ ଯେଉଁ ଆଳୁ ୨୦ ଓ ପିଆଜ ୨୫ଟଙ୍କାରେ ମିଳୁଥିଲା ତାହା ହଠାତ୍‌ ୫ଟଙ୍କା ଲେଖାଏଁ ବଢ଼ିଯିବା ତାଜୁବ କରିଛି ।

ବାତ୍ୟା ଆଳରେ କଳାବଜାରୀ ହେଉଥିବା ଗ୍ରାହକମାନେ ଅଭିଯୋଗ କରିଛନ୍ତି । ଖବର ପାଇବା ପରେ ବାତ୍ୟା ବେଳେ କଳାବଜାରୀ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ । ହେଲେ କାଲିଠୁ କୋଲକାତାରୁ ଆଳୁଗାଡ଼ି ନଆସିବା ବ୍ୟବସାୟୀ ତଥା ଗୋଦାମମାଲିକଙ୍କ ଚିନ୍ତା ବଢ଼ାଇଦେଇଛି । ଯଦି ଆଗାମୀଦିନରେ ଗାଡ଼ି ନଆସେ ତେବେ ଆଳୁ ଦର ଆହୁରି ବଢ଼ିଯିବାର ଆଶଙ୍କା ଦେଖାଦେଇଛି ।

Leave A Reply

Your email address will not be published.