
ଭୁବନେଶ୍ଵର : ବାତ୍ୟା ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। ଯଦି ଅଧିକ ପବନ କିମ୍ବା ବର୍ଷା ଯୋଗୁଁ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯାଉଛି , ତୁରନ୍ତ ସେ ସବୁକୁ ଲଗାଇବା ପାଇଁ ବ୍ୟବସ୍ଥା ହୋଇଛି। ୯ଟି ଜିଲ୍ଲାରେ ତାର, ଟ୍ରାନ୍ସଫର୍ମର ଓ ବିଦ୍ୟୁତ୍ ଖୁଣ୍ଟ ମହଜୁଦ୍ ରଖାଯାଇଛି। ବାତ୍ୟା ଟଳିବାର ୪୮ ଘଣ୍ଟାରେ ବିଦ୍ୟୁତ୍ ପୁନଃସ୍ଥାପନ କରିବୁ। ଧାନ ଫସଲ ନଷ୍ଟ ହେବାର ଆଶଙ୍କା ରହିଛି। ତେଣୁ ଜିଲ୍ଲାପାଳ ମାନଙ୍କୁ ତୁରନ୍ତ ରିପୋର୍ଟ ଦେବାକୁ କୁହାଯାଇଛି। ଦାନା ସମୟରେ ୭ ଦିନରେ ଟଙ୍କା ଦିଆଯାଇଥିଲା। ଏବେ ମଧ୍ୟ ସେହି ଢଙ୍ଗରେ କ୍ଷତିପୂରଣ ଦିଆଯିବ।