
ଭୁବନେଶ୍ୱର : ଚାଷୀଙ୍କ ପାଇଁ ଖୁସି ଖବର । ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ । ବର୍ଦ୍ଧିତ ଏମଏସପି ଅନୁଯାୟୀ ଚାଷୀଙ୍କୁ ଅଧିକ ୬୯ ଟଙ୍କା ଦେବେ ସରକାର । ଏଣିକି ୩୧୦୦ ବଦଳରେ କ୍ୱିଣ୍ଟାଲ ପିଛା ୩୧୬୯ ଟଙ୍କା ଦେବେ ସରକାର । ଗ୍ରେଡ଼ ଏ ଧାନ କ୍ୱିଣ୍ଟାଲ ପିଛା ମିଳିବ ୩୧୮୯ ଟଙ୍କା । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କେନ୍ଦ୍ର ସରକାର କ୍ୱିଣ୍ଟାଲ ପିଛା ବର୍ଦ୍ଧିତ ଏମଏସପି ୨୩୬୯ ଟଙ୍କା ସ୍ଥିର କରିଥିବା ବେଳେ ରାଜ୍ୟ ସରକାର କ୍ୱିଣ୍ଟାଲ ପିଛା ଦେଉଛନ୍ତି ୮୦୦ ଟଙ୍କାର ଇନପୁଟ ସବସିଡ୍ ।