
କାମାକ୍ଷାନଗର: ଭୟାବହ ଦୁର୍ଘଟଣା । OSRTC ବସ୍ -ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଢେଙ୍କାନାଳ ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟରାଜପଥ ର ଦୁମୁହାଁଣି ନିକଟରେ ଦୁର୍ଘଟଣା ହୋଇଛି । ୩ ଯାତ୍ରୀଙ୍କ ସହ ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଛନ୍ତି। ବସଟି ଭୁବନେଶ୍ବରରୁ ରାଉରକେଲା ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଦ୍ରୁତଗାମୀ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଟ୍ରକଟି ସଂପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି । ପୋଲିସ ଓ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ପରଜଙ୍ଗ ମେଡିକାଲରେ ଭର୍ତ୍ତି କରାଯାଇଛି।