ନୂଆପଡ଼ା ଉପନିର୍ବାଚନ: କୁଳିଆବନ୍ଧ ୩୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର୍‌ ସସ୍‌ପେଣ୍ଡ

add-all

ଭୁବନେଶ୍ଵର: ନୂଆପଡ଼ା କୁଳିଆବନ୍ଧ ୩୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକ ସସ୍‌ପେଣ୍ଡ। ଭୋଟ୍‌ର ଗୋପନୀୟତା ଉଲ୍ଲଙ୍ଘନ କରିବାରୁ କାର୍ଯ୍ୟାନୁଷ୍ଠାନ। ପ୍ରେସମିଟ୍ କରି ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।

ସିଇଓ କହିଛନ୍ତି ଯେ, ଶାନ୍ତି ଶୃଙ୍ଖଳାର ସହ ଭୋଟିଂ  ହୋଇଛି| ସିସିଟିଭିରେ ମନିଟର କରାଯାଇଛି। ସକାଳ ୭ଟାରୁ ଭୋଟିଂ ପ୍ରକ୍ରିୟା ଆରମ୍ଭ ହୋଇଥିଲା| ୮ଟି ବୁଥ୍‌ରେ ଅପରାହ୍ନ ୪ଟାରେ ଭୋଟିଂ ସରିବ। ବାକି ସ୍ଥାନରେ ଅପରାହ୍ନ ୫ଟା ଯାଏଁ ଭୋଟିଂ ଚାଲିଥିଲା|

ତେବେ ପ୍ରିଜାଇଡିଂ ଅଫିସର ସସ୍‌ପେଣ୍ଡ ପରେ ବିଭାଗ ଦ୍ବାରା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହେବ। ଭୋଟ୍‌ର ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ କାର୍ଯ୍ୟାନୁଷ୍ଠାନ ହେବ। ଶାନ୍ତିଶୃଙ୍ଖଳାର ସହ ଭୋଟିଂ ଚାଲିଛି, ସିସିଟିଭିରେ ମନିଟର କରାଯାଉଛି। ଲୋକଙ୍କ ନିକଟରୁ ଏଯାବତ୍ କୌଣସି ଅଭିଯୋଗ ଆସିନି।

ad-week
Leave A Reply

Your email address will not be published.