
କଟକ: ପୀତବାସ ହତ୍ୟା ମାମଲାରେ ବିବାଦୀୟ ବୟାନ ଦେଇ ହାଇକୋର୍ଟରେ ଆଜି କ୍ଷମା ମାଗିଛନ୍ତି ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍ । ମଙ୍ଗଳବାର ବ୍ୟକ୍ତିଗତ ଭାବେ ହାଜର ହୋଇ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି ଏସପି । ନିସର୍ତ୍ତ କ୍ଷମା ପ୍ରାର୍ଥନା ପରେ ଅଦାଲତା ଅବମାନନା ନଚଳାଇବାକୁ କହିଛନ୍ତି ହାଇକୋର୍ଟ । ମାମଲା ବିଚାରଧୀନ ଥିବା ବେଳେ ଏଭଳି ମନ୍ତବ୍ୟ ନହେବାକୁ କୋର୍ଟ ଏସପିଙ୍କୁ ତାଗିଦ କରିଛନ୍ତି । ଏହାସହ ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶ ଡିଜିପିଙ୍କୁ ଅବଗତ କରାଇବାକୁ କୁହାଯାଇଛି ।