
ବଲାଙ୍ଗିର: ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଚର୍ଚ୍ଚିତ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ନେଇ ଆରୋପ ପ୍ରତ୍ୟାରୋପ ଲାଗି ରହିଛି । ହ୍ୟୁମାନଙ୍କ ମା ପୂର୍ବରୁ ଅଭିଯୋଗ ଆଣିଥିଲେ ଯେ ତାଙ୍କ ପୁଅକୁ ବ୍ୟବହାର କରାଯାଇଛି ଏବଂ ଜାଣି ଜାଣି ମାରି ଦିଆଯାଇଛି । ଆଜି ଏହି ଘଟଣାରେ ହ୍ୟୁମାନଙ୍କ ଦୁଇ ଜଣ ମ୍ୟାନେଜରଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି ।
ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ବଲାଙ୍ଗୀର ଟାଉନ ଥାନାରେ ଏତଲା ଦିଆଯାଇଥିବା ସୂଚନା ମିଳିଛି । ଏତଲାରେ କୁହାଯାଇଛି ଯେ ଷଡଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଛି । ବଲାଙ୍ଗୀରର ବିଭିନ୍ନ ସଂଗଠନ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ହ୍ୟୁମାନଙ୍କ ମା’ଙ୍କୁ ର୍ଦୁବ୍ୟବହାର ନେଇ ମଧ୍ୟ ଅଭିଯୋଗ ହୋଇଛି ।