ବଙ୍ଗୋପସାଗରରେ ବାତ୍ୟା ଡିଟୱା

youtube

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟଓ୍ବା। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ବାତ୍ୟା ସୃଷ୍ଟି ହୋଇଛି। ଉତ୍ତର-ଉତ୍ତର ପଶ୍ଚିମକୁ ଗତି କରିବ ବାତ୍ୟା। ୩୦ ତାରିଖ ବେଳକୁ ଉତ୍ତର ତାମିଲନାଡୁ-ପୁଡୁଚେରୀ-ଦକ୍ଷିଣ ଆନ୍ଧ୍ରକୁ ମୁହାଁଇବା ନେଇ ସୂଚନା ରହିଛି। ତେବେ ବାତ୍ୟାର ପ୍ରଭାବ ଓଡ଼ିଶାରେ ପଡୁ ନଥିବା ବେଳେ, ସମ୍ଭାବ୍ୟ ବାତ୍ୟାର ପ୍ରଭାବ ତାମିଲନାଡୁ ଓ ଆନ୍ଧ୍ରରେ ରହିବ ବୋଲି ବିଭିନ୍ନ ମଡେଲ ଆକଳନ କରିଛନ୍ତି ।

ତେବେ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ୩୦ରୁ ଡିସେମ୍ବାର ୨ ତାରିଖ ଭିତରେ ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି କିଛି ଜିଲ୍ଲା ମାନଙ୍କରେ ସାମନ୍ୟ ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି ।

Leave A Reply

Your email address will not be published.