
କଟକ: ଶିକ୍ଷକ ଶିକ୍ଷୟିତ୍ରୀ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଝଟକା। ରାଜ୍ୟ ସରକାର କରିଥିବା ଚିଠିକୁ ହାଇକୋର୍ଟ ଖାରଜ କରିଛନ୍ତି। ୧୫ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବଦଳି କରିବା ପାଇଁ ସାଂସଦ ଓ ବିଧାୟକ ମାନଙ୍କୁ କ୍ଷମତା ଦିଆଯାଇଥିଲା। ଶିକ୍ଷାକ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟ ନାପସନ୍ଦ କରିଛନ୍ତି। ଏପରି କଲେ ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପ ହେବ ବୋଲି କହିଛନ୍ତି ହାଇକୋର୍ଟ।
ସୂଚନାଥାଉକି, ରାଜ୍ୟ ସରକାର ୧୫ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ବଦଳି ପାଇଁ ସାଂସଦ, ବିଧାୟକଙ୍କୁ ଦେଇଥିଲେ କ୍ଷମତା । ବିଧାୟକ ଓ ସାଂସଦ ନିଜ ନିର୍ବାଚନ ମଣ୍ଡଳୀର ୧୫ ଜଣ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ବଦଳି ପାଇଁ ସୁପାରିସ କରିପାରିବେ । ଯାହାକୁ ନେଇ ହାଇକୋର୍ଟରେ ମାମଲା ହୋଇଥିଲା । ହାଇକୋର୍ଟ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ । ବର୍ତ୍ତମାନ ହାଇକୋର୍ଟ ରାୟ ପ୍ରକାଶ କରିଛନ୍ତି। ଯେଉଁଥିରେ ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ନାପସନ୍ଦ କରିଛନ୍ତି ହାଇକୋର୍ଟ।