ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଚାଲିଗଲା ଶିକ୍ଷକଙ୍କ ଜୀବନ

add-all

ଝାରସୁଗୁଡା: ଝାରସୁଗୁଡା ରେଳ ଷ୍ଟେସନରେ ଅଘଟଣ। ଆଜି ସକାଳୁ ଚଳନ୍ତା ଟ୍ରେନରେ ଚଢ଼ିବା ବେଳେ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ଛତିଶଗଡ଼ ରାୟପୁରର ବି.ଶିବଶଙ୍କର (୬୫) ବୋଲି ଜଣାପଡ଼ିଛି। ସେ ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଶିକ୍ଷକ ଭାବେ କାର୍ଯ୍ୟରତ।
ସୂଚନା ଅନୁସାରେ, ଶିବଶଙ୍କର ଆଜି ସକାଳ ସାଢେ ୭ଟା ବେଳେ ଜ୍ଞାନେଶ୍ବରୀ ଏକ୍ସପ୍ରେସରେ ଚଢ଼ିବାକୁ ଯାଉଥିବା ବେଳେ ଟ୍ରେନଟି ଛାଡ଼ି ଦେଇଥିଲା। ଫଳରେ ଶିବଶଙ୍କରଙ୍କର ଗୋଡ଼ ଖସି ଯାଇଥିଲା । ଏବଂ ସେ ତଳକୁ ଖସି ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ହେଲେ ସେତେବେଳକୁ ସେ ଟ୍ରେନ ତଳକୁ ଗଳି ପଡ଼ିଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଖବର ପାଇ ଜିଆରପି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।

ad-week
Leave A Reply

Your email address will not be published.