କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ

youtube

ଭୁବନେଶ୍ୱର: କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ । କୋଠାଗୁଡିକୁ ଚିହ୍ନଟ କରିବାକୁ ଏକ ବିଶେଷ କମିଟିର ଗଠନ କରାଯାଇଛି। ବର୍ତ୍ତମାନ କମିଟିର ସଦସ୍ୟମାନେ ୱାର୍ଡରୁ ୱାର୍ଡ ବୁଲି ସର୍ଭେ କରୁଛନ୍ତି । ସର୍ଭେ କାମ ଶେଷ ହେଲେ ଚିହ୍ନଟ କରାଯାଇଥିବା କୋଠାଗୁଡିକର ମାଲିକମାନଙ୍କୁ ପ୍ରଥମେ ନୋଟିସ ଦେଇ ତା ପରେ ଭଙ୍ଗାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ସୂଚନା ଅନୁସାରେ ନଭେମ୍ବର ୮ ତାରିଖରେ ଏକ ପୁରୁଣା କୋଠା ଭାଙ୍ଗିଯିବାରୁ କଟକ ମଣିସାହୁ ଛକ ହାଡିବନ୍ଧୁ ହାଇସ୍କୁଲ ନିକଟରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହାସହ ଜଣେ ମହିଳା ଓ ଜଣେ ଶିଶୁ ଗୁରୁତର ହୋଇଥିଲେ । ଘଟଣା ସମ୍ପର୍କରେ ଖବରପାଇ ବକ୍ସିବଜାର ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଚାପି ହୋଇଯାଇଥିବା ସମସ୍ତଙ୍କୁ ଉଦ୍ଧାର କରିଥିଲେ । ଉଭୟ ପରିବାରର ୬ ଜଣ ଘର ବାହାରେ ଥିବାରୁ ସେମାନଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ହୋଇଥିଲା ।

Leave A Reply

Your email address will not be published.