ବନକଲାଗି ନୀତି ଲାଗି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

add-all

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ। ବୁଧବାର ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ। ଦତ୍ତମହାପାତ୍ର ସେବକ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।

ad-week
Leave A Reply

Your email address will not be published.