
ମାଲକାନଗିରି : ବାତିଲ ହେଲା ANM ପରକ୍ଷା । ମାଲକାନଗିରି ଜିଲ୍ଲାରେ ANM ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା ପରେ ବାତିଲ୍ ହୋଇଛି ଆଜିର ପରୀକ୍ଷା । ପରୀକ୍ଷାର ୩ ଘଣ୍ଟା ପୂର୍ବରୁ ଏଏନଏମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଦିନ ୨ ଟାରେ ପରୀକ୍ଷା ଥିବା ବେଳେ ୧୧ ଟା ବେଳେ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଥିଲା ।
ଆଜି ଅଗଜିଲାରୀ ନର୍ସ ମିଡ୍ ୱାଇଫେରି ବିଷୟରେ ହୋଇଥାନ୍ତା ପରୀକ୍ଷା । ହେଲେ ପରୀକ୍ଷା ହଲରେ ପହଞ୍ଚିବା ପରେ ଉପଜିଲ୍ଲାପାଳ ପରୀକ୍ଷା ବାତିଲ ନେଇ ଘୋଷଣା କରିଥିଲେ । ଅନ୍ୟପଟେ ଘଟଣାକୁ ନେଇ ଅସନ୍ତୋଷ ଜାହିର କରିଛନ୍ତି ଛାତ୍ରୀ । ଏଭଳି କରିଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି । ସେପଟେ ଗଜପତି ଜିଲ୍ଲାରେ ବି ପ୍ରଶ୍ନପତ୍ର ଲିକ୍ ଯୋଗୁ ଏଏନଏମ ପରୀକ୍ଷା ବାତିଲ । ଏହାକୁ ନେଇ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ପାରଳାଖେମୁଣ୍ଡି ସ୍ଥିତ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦେବା ପାଇଁ ୪୧ଜଣ ଛାତ୍ରୀ ପହଞ୍ଚିବା ପରେ ପରୀକ୍ଷା ବାତିଲ ହୋଇଥିବା ଜାଣିବାକୁ ପାଇଥିଲେ ।