
କରଞ୍ଜିଆ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ପାର୍ବତୀପୁର ଗାଁ ଆମ୍ବ ବଗିଚାରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଶୁକୃଳି ମେଡିକାଲ ଓ ପରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ହେଉଛନ୍ତି ରରୁଆଁ ଥାନା ଜାମଦାପାଳ ଗାଁର ଜୁନା ନାଏକ । ଘଟଣାସ୍ଥଳରେ ବନବିଭାଗ ଓ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।