
ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି। ବିଜେଡି ନେତାମାନେ ରାଜରାସ୍ତାକୁ ଓହ୍ଲାଇବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି । ଭୁବନେଶ୍ବର ଡିଜି କ୍ୟାମ୍ପ ଅଫିସ ଆଗରେ ଧାରଣା ଜାରି ରହିଛି । ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମେତ ଧର୍ମଶାଳା ନିର୍ବାଚନମଣ୍ଡଳୀର ଶତାଧିକ ଲୋକ ମଧ୍ୟ ଏହି ଧାରଣାରେ ସାମିଲ ହୋଇଛନ୍ତି ।
ପ୍ରଣବ କହିଛନ୍ତି, ଧର୍ମଶାଳାରେ ଗୁଣ୍ଡାରାଜ ଚାଲିବା ନାହିଁ । ନ୍ୟାୟ ନ ମିଳବା ଯାଏ ଧାରଣା ଜାରି ରହିବ। ବିଗତ ଦିନରେ କିଛି କାର୍ଯ୍ୟାନୁଷ୍ଠାନ ହୋଇନଥିବାରୁ ସେମାନଙ୍କ ସାହସ ବଢୁଛି ବୋଲି କହିଛନ୍ତି ପ୍ରଣବ । ଗତକାଲି ରାତିରୁ ବିଜେଡି ନେତାମାନେ ଧାରଣା ଦେଇଛନ୍ତି । ବିଧାୟକ ହିମାଂଶୁ ଶେଖର ସାହୁଙ୍କର ଜଣେ ସମର୍ଥକଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ଆଣି ଶତାଧିକ କର୍ମୀ ଜେନାପୁର ଥାନା ସମ୍ମୁଖରେ ଧାରଣାରେ ବସିଛନ୍ତି ।