
ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ । ଅନ୍ୟ ୪ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ମଧ୍ୟ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କରିଛନ୍ତି ବ୍ରହ୍ମପୁର ଏଡିଜେ-୩ କୋର୍ଟ । ଗତ ୧୨ ତାରିଖରେ ଦିନ ତମାମ ଶୁଣାଣି ହୋଇଥିଲା । ଶୁଣାଣି ହେବା ପରେ ରାୟ ସରଂକ୍ଷିତ ରହିଥିଲା ।
ଗତ ଅକ୍ଟୋବର ୬ ତାରିଖରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପ୍ରଥମ ପର୍ଯ୍ୟାୟରେ ଅକ୍ଟୋବର ୨୨ ତାରିଖରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଥିଲା ପୋଲିସ । ସମସ୍ତେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ପୂର୍ବତନ ମେୟର ଶିବ ଶଙ୍କର ଦାସଙ୍କୁ ଫୁଲବାଣୀ ଜେଲ୍ କୁ ସ୍ଥାନାନ୍ତର କରାଯାଇଛି ।