
ଦେବଗଡ଼ : ୧୨ଘଣ୍ଟିଆ ଦେବଗଡ଼ ବନ୍ଦ। ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା ଦାବିରେ ଜିଲ୍ଲା ମହିଳା ଏକତା ମଞ୍ଚ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ବନ୍ଦ ପ୍ରଭାବରେ ଦୋକାନ, ବଜାର ବନ୍ଦ ରହିବା ସହ ଯାତାୟାତ ଠପ୍ ହୋଇଯାଇଛି । ୪୯ ନମ୍ବର ଜାତୀୟ ରାଜପଥର ଉଭୟ ପାର୍ଶ୍ଵରେ ଶହଶହ ଯାନବାହାନ ଅଟକି ରହିଛି । ତେବେ ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ୍ ଦିଆଯାଇଛି । ବନ୍ଦ ପାଳନ ବେଳେ ଆନ୍ଦୋଳନକାରୀଙ୍କୁ ଉଠାଇ ନେଲା ପୋଲିସ ।