ବ୍ରହ୍ମପୁର ସ୍ଥିତ ନୀଳକଣ୍ଠ ନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୪୨ତମ ବାର୍ଷିକ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

youtube

ନିର୍ମାଣ ହେବ ଗ୍ରେଟର ବ୍ରହ୍ମପୁର , ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଗସ୍ତ ବେଳେ ଦେଲେ ସୂଚନା

ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ନିର୍ମାଣ ହେବ ୧୦ ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ପାଇଁ ଖର୍ଚ୍ଚ ହେବ ୫୨ କୋଟି ୧୭ ଲକ୍ଷ ଟଙ୍କା

ବ୍ରହ୍ମପୁର-ଜୟପୁର ୬ ଲେନ ବିଶିଷ୍ଟ ରାସ୍ତା ପାଇଁ ୬୦୦୦ କୋଟି କଲେ ଘୋଷଣ

ବ୍ରହ୍ମପୁର : ସିଟି ହାଇସ୍କୁଲ ପଡିଆ ଠାରେ ନିର୍ମାଣ ହୋଇଥିବା ଅସ୍ଥାୟୀ ହ୍ୟାଳିପେଡ ଓହ୍ଲେଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ରାମ ଲିଙ୍ଗେଶ୍ୱର ପାର୍କ ଠାରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ ପରେ, ସ୍ୱାଧୀନତା ସଂଗ୍ରାମୀ ମୋହନ ନାୟକ, ସମାଜସେବୀ ଶିବରାମ ମହାପାତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।।ସେଠାରୁ ନୀଳକଣ୍ଠ ନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବରେ ଯୋଗଦାନ କରିବା ସହିତ ବିଦ୍ୟାଳୟର କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ।ଏହି ଅବସରରେ ଦେଶର ସମସ୍ତ ଗୁରୁତ୍ୱପୂର୍ଣ୍ଣ ସହର ପରି ବ୍ରହ୍ମପୁର ସହରର କଳେବର ବୃଦ୍ଧି କରାଯାଇ ଏହାକୁ ଗ୍ରେଟର ବ୍ରହ୍ମପୁର ସିଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସହିତ ଏଥିପାଇଁ ଆବଶ୍ୟକ ଡିପିଆର ପ୍ରସ୍ତୁତ କରିବାକୁ ଜିଲ୍ଲା ପ୍ରଶାସନ କୁ ନିର୍ଦ୍ଦେଶ ଦେଇଛନ୍ତି। ଯୋଜନାବଦ୍ଧ ଭାବେ ସମସ୍ତ ମୌଳିକ ସେବା ଯୋଗାଇ ଦେବାପାଇଁ ସହରରେ ଟାଉନ ପ୍ଲାନିଂ ଲାଗୁ କରାଯିବ। ବର୍ତ୍ତମାନ ଦୁଇଟି TP Scheme ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି।ସେହିପରି ବ୍ରହ୍ମପୁର-ଜୟପୁରକୁ ସଂଯୋଗର କରି ଏକ ୬ ଲେନ ବିଶିଷ୍ଟ ରାସ୍ତା ନିର୍ମାଣ କରାଯିବ, ଯେଉଁଥିପାଇଁ ୬୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଓଡ଼ିଶାରେ ନୂତନ ଶିକ୍ଷାନୀତି ୨୦୨୦ କୁ ଲାଗୁ ହୋଇଛି । ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନଶୀଳତା ଓ ସ୍ୱାବଲମ୍ୱୀ ଭାବ ବୃଦ୍ଧି ଉଦ୍ଦେଶ୍ୟରେ ଜାତୀୟ ପାଠ୍ୟକ୍ରମ ଢାଞ୍ଚା ଆଧାରରେ ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା ଆମେ ଆରମ୍ଭ କରିବାକୁ ଯାଉଛୁ ।ପ୍ରାଥମିକ ସ୍ତରରେ ପିଲାଙ୍କୁ ଗୁଣାତ୍ମକମାନର ଶିକ୍ଷା ପ୍ରଦାନ ପାଇଁ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ ହେବ । । ପ୍ରଥମ ପର୍ଯ୍ୟାୟରେ ୨୨୦୦ ସ୍କୁଲ ପାଇଁ ଅନୁମୋଦନ ଦିଆଯାଇଛି । CBSE ଏବଂ ICSE ଢାଞ୍ଚାରେ ମାଧ୍ୟମିକ ଶିକ୍ଷା ବୋର୍ଡ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ବୋର୍ଡକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରାଯିବ । ଏହାଦ୍ୱାରା ଶିକ୍ଷାର ଗୁଣାତ୍ମକମାନ ଆହୁରି ବୃଦ୍ଧି ହେବ । ରାଜ୍ୟରେ ଶିକ୍ଷକ ଅଭାବ ଦୂର କରିବା ପାଇଁ ୩ ବର୍ଷ ମଧ୍ୟରେ ୪୫ ହଜାର ଶିକ୍ଷକ ପଦବୀ ସୃଷ୍ଟି କରିବା ପାଇଁ ପଦକ୍ଷେପ ନେଇଛନ୍ତି ସରକାର । ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ପ୍ରଦାନ କରାଯିବ ବୋଲି।

ଏଥିପାଇଁ ପ୍ରକ୍ରିୟା ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ନିଜ ଅଭିଭାଷଣ ବେଳେ ସେ ଭାବବିହ୍ଵଳ ହୋଇ ପଡ଼ିଥିଲେ ,ଶିଶୁ ମନ୍ଦିର କାର୍ଯ୍ୟକ୍ରମ ରେ ଯୋଗଦେଇ ନିଜ ଘର ବାହୁଡା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର, ଆସିକା ବିଧାୟକ ଶ୍ରୀ ସରୋଜ ପାଢ଼ୀ, ଦିଗପହଣ୍ଡି ବିଧାୟକ ଡ଼ଃ ସିଦ୍ଧାନ୍ତ ମହାପାତ୍ର, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପୂର୍ବ ଓ ପଶ୍ଚିମ ପ୍ରାନ୍ତ ପ୍ରଚାର ପ୍ରମୁଖ ସୃଷ୍ଟିଧର ବିଶ୍ୱାଳ, ଗଞ୍ଜାମ ଜିଲ୍ଲାପାଳ କିର୍ତ୍ତୀ ଭାସନ୍ ଭି., ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଡକ୍ଟର ଜୀବାନନ୍ଦ ତ୍ରିପାଠୀ, ସମ୍ପାଦକ ନାରାୟଣ ପଣ୍ଡା ଏବଂ ବିଦ୍ୟା ମନ୍ଦିରର ଅଧ୍ୟକ୍ଷ ଡକ୍ଟର ସୁବ୍ରତ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.