ଦୀର୍ଘ ଦିନ ପରେ ମାଲକାନଗିରି ପୋଲିସ କୁ ମିଳିଛି ବଡ ସଫଳତା :୨୨ଜଣ ମାଓବାଦୀ କଲେ ଆତ୍ମସମର୍ପଣ…

add-all

ମାଲକାନଗିରି : ମାଲକାନଗିରି ଜିଲ୍ଲା ପୋଲିସ ନିକଟରେ ୨୨ଜଣ ମାଓବାଦୀ ଙ୍କ ଆତ୍ମସମର୍ପଣ। ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓ ସାମଗ୍ରୀ ସହ ଏହି ମାଓବାଦୀ ମାନେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ ସମ୍ମୁଖରେ ଏହି ମାଓବାଦୀ ମାନେ ଆତ୍ମସମର୍ପଣ କରିଛନ୍ତି। ଏନେଇ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ରେ ପୋଲିସ ଡିଜି, ଡ଼ିଆଇଜି କନୱର ଵିଶାଲ ସିଂ, ମାଲକାନଗିରି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ମାଲକାନଗିରି ଏସପି ବିନୋଦ ପାଟିଲ ଏଚ ଓ ଅନ୍ୟ ପୋଲିସ ଅଧିକାରୀ ଉପସ୍ଥିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି। ମାଓ ସଙ୍ଗଠନ ନିଜର ଶେଷ ନିଶ୍ୱାସ ନେଉଥିବା ବେଳେ ଅନ୍ୟ ଯେଉଁମାନେ ମାଓ ସଙ୍ଗଠନ ରେ ଅଛନ୍ତି ସେମନଙ୍କୁ ମଧ୍ୟ ପୋଲିସ ଡିଜି ଆତ୍ମସମର୍ପଣ ପାଇଁ ଆବାହନ କରିଛନ୍ତି। ହିଂସାର ପଥ ଛାଡି ଆତ୍ମସମର୍ପଣ କରିଲେ ସରକାରୀ ସ୍ତରରେ ସେମନଙ୍କୁ ବିଭିନ୍ନ ସହାୟତା ପ୍ରଦାନ ସହ ଥଇଥାନ କରାଯିବ ବୋଲି ପୋଲିସ ଡିଜି ପ୍ରକାଶ କରିଛନ୍ତି। ଏହି ଆତ୍ମସମର୍ପଣ କାରୀଙ୍କ ନାମରେ ୨କୋଟି ୨୫ ଲକ୍ଷ ରୁ ଉର୍ଧ୍ଵ ଟଙ୍କା ର ଇନାମ ଥିଲା। ଆତ୍ମସମର୍ପଣ ପରେ ସମସ୍ତଙ୍କୁ ସରକାରୀ ନୀତି ଅନୁଯାୟୀ ଥଇଥାନ କରାଯିବ ବୋଲି।ପୋଲିସ ପ୍ରକାଶ କରିଛି। ଦୁଇଜଣ ଆନ୍ଧ୍ର ଓଡିଶା ବୋଡ଼ର ଜୋନାଲ କମିଟି ର ସଦସ୍ୟ ହୋଇଥିବା ବେଳେ ୨୦ଜଣ ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟି ର ସଦସ୍ୟ ଥିଲେ। ଏମାନଙ୍କ ମଧ୍ୟରେ କୁଖ୍ୟାତ ମାଓ ନେତା ଡିସିଏମ ଲିଙ୍ଗେ ମଧ୍ୟ ସାମିଲ ଅଛି। ବହୁ ବଡ଼ ବଡ଼ ମାଓ ହିଂସାକାଣ୍ଡ ରେ ଏମାନେ ସାମିଲ ଥିଲେ।

ad-week
Leave A Reply

Your email address will not be published.