ପୀଡିତାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା

add-all

ଭୁବନେଶ୍ବର : ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖମନ୍ତ୍ରୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହ ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ଘଟଣାରେ ଦୋଷୀକୁ କୋଠର ରୁ ଅତି କୋଠର ଦଣ୍ତବିଧାନ କରାଯିବ। ଆଜି ଏହି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବାବେଳେ ଅନ୍ୟ ୪ ଜଣଙ୍କୁ ସନ୍ଦେହରେ ଅଟକ ରଖାଯାଇଛି। ଘଟଣାସ୍ଥଳରେ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍‌ ପହଞ୍ଚି ଛାନଭିନ୍ ଜାରି ରଖିଛନ୍ତି।

ad-week
Leave A Reply

Your email address will not be published.