
ଭୁବନେଶ୍ବର: କୋରେଇର ପୂର୍ବତ୍ତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଭୁବନେଶ୍ୱରରେ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା । ସୂଚନା ଅନୁଯାଇ ଶ୍ରୀମତୀ ମହାନ୍ତି ଗତ କିଛିଦିନ ହେବ ଭୁବନେଶ୍ୱରର ଏମ୍ସ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତେବେ ଆଜି ସକାଳେ ତାଙ୍କର ମୃତ୍ଯୁ ହୋଇଥିବା ଖବର ମିଳିଛି । ତାଙ୍କ ମୃତ୍ୟୁ ଖବର କୁ ନେଇ ଯାଜପୁର ଜିଲ୍ଲା ତଥା କୋରେଇ ନିର୍ବାଚିତ ମଣ୍ଡଳୀ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।
ତେବେ ଶ୍ରୀମତୀ ମହାନ୍ତି ୨୦୦୪ ରୁ ୨୦୦୯ ପର୍ଯ୍ୟନ୍ତ କୋରେଇର ବିଧାୟିକା ଥିଲେ ଏବଂ ରାଜ୍ୟ ବିଜେପିର ଜଣେ ଆଗ ଧାଡ଼ିର ମହିଳା ନେତ୍ରୀ ଥିଲେ । ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଭାବରେ ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସଞ୍ଜିତା ମହାନ୍ତି ୧୯୫୮ ମସିହାର ସେପ୍ଟେମ୍ବର ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା ରାଜେନ୍ଦ୍ର କୁମାର ସିଂହ ।
ସଞ୍ଚିତା ମହାନ୍ତି ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳର ଜଣେ କର୍ମୀ ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସଞ୍ଚିତା ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରତିନିଧୂ କୋରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହା ଯାଏଁ କାର୍ଯ୍ୟ କରିଥିଲେ । ଏହି ବିଧାନ ସଭାରେ ସେ ଗୃହ ପର୍ଯ୍ୟଟନ ବିଭାଗ କମିଟି, ମହିଳା ଓ ଶିଶୁ ବିକାଶ କଲ୍ୟାଣ କମିଟି ଆଦିରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ ।
ସଞ୍ଚିତା ୨୦୦୯ ମସିହାରେ ଓଡ଼ିଶା ବିଧାନ ସଭା ପାଇଁ ହୋଇଥିବା ସାଧାରଣ ନିର୍ବାଚନରେ ପୁଣିଥରେ କୋରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬,୧୦୧ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ଥିଲେ ।