ଡବେରୀ ସେବାଶ୍ରମ ନିକଟରେ ଭାରସାମ୍ୟ ହରାଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ : ୩ ଜଣ ଆହତ

add-all

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍‌ସ ପ୍ରଧାନ ଏବଂ ନରେନ୍ଦ୍ର ଦିଗାଲ। ସେମାନଙ୍କୁ ଅଗ୍ନିଶମ ବିଭାଗ କର୍ମଚାରି ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଦୁହିଁଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ସେମାନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଅନ୍ୟତ୍ର ଚିକିତ୍ସା ପାଇଁ ଯିବାକୁ ପରାମର୍ଶ ଦେଇଥିଲେ। ଗୁରୁତରଙ୍କ ମଧ୍ୟରେ ଏନ୍‌ସଙ୍କ ମୁଣ୍ଡରେ ଅଧିକ କ୍ଷତ ହୋଇଥିବା ବେଳେ ନରେନ୍ଦ୍ରଙ୍କ ଗୋଡ଼ ଓ ମୁଣ୍ଡରେ ଆଘାତ ଲାଗିଛି। ଏଥିରେ ସୋମ୍ୟରଞ୍ଜନ ପାଇକରାୟ ଓରଫ ଚିକୁ ସାମାନ୍ୟ ଖଣ୍ଡିଆ ଖାବରା ହୋଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ କହିଛନ୍ତି। ପ୍ରକାଶ ଯେ, ୩ ଜଣ ସିଆଙ୍ଗବାଲି ପଞ୍ଚାୟତ ପଞ୍ଚୁପଲି ଅଞ୍ଚଳରୁ କୌଣସି କାର୍ଯ୍ୟ ସାରି ରାତିରେ ଗୋଟିଏ ବାଇକ୍‌ରେ ଦାରିଙ୍ଗବାଡ଼ି ଅଭିମୁଖେ ଫେରୁଥିଲେ। ଡବେରୀ ସେବାଶ୍ରମ ନିକଟରେ ବାଇକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। କିଭଳି ଦୁର୍ଘଟଣା ଘଟିଛି ତାହା ସ୍ପଷ୍ଟ ହୋଇନଥିଲେ ମଧ୍ୟ ଘଟଣାର ତଦନ୍ତ ପରେ ଜଣାପଡ଼ିବ ବୋଲି ଦାରିଙ୍ଗବାଡ଼ି ଥାନା ଅଧିକାରୀ ତଥା ଡିଏସପି କନକ ମାଝୀ କହିଛନ୍ତି।

ad-week
Leave A Reply

Your email address will not be published.