ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

add-all

ଭୁବନେଶ୍ୱର: ଆଧୁନିକ ଓଡ଼ିଶାର ନିର୍ମାତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ ଉଦଘାଟିତ ହୋଇଛି। ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଆୟୋଜିତ ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ବଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଛନ୍ତି। ସମାୋହରେ ପିସିସି ସଭାପତି ଭକ୍ତ ଦାସ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ବୀରପ୍ପା ମୋଇଲି, ରାଜ୍ୟସଭା ସଦସ୍ୟ ରଣଦୀପ ସୁର୍ଜେୱାଲା, କୋରାପୁଟ ସାଂସଦ ସପ୍ତଗିରି ଉଳ୍ଲାକା, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲ୍ଲୁ, ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ର, ବରିଷ୍ଠ ନେତା ନରସିଂହ ମିଶ୍ର, ପ୍ରସନ୍ନ ପାଟ୍ଟଶାହାଣି ଓ ବରିଷ୍ଠ ସାମ୍ବାଦିକ ରବି ଦାସ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଉପରେ ଏକ ବୃତ୍ତଚିତ୍ର ପ୍ରଦର୍ଶିତ ହୋଇଥିଲା। ଆଜିଠୁ ଆସନ୍ତା ବର୍ଷ ଜାନୁଆରୀ ୩ ତାରିଖ ପର‌୍ୟ୍ୟନ୍ତ ଆୟୋଜନ ହେବ ବିଭିନ୍ନ କାର‌୍ୟ୍ୟକ୍ରମ ।

ad-week
Leave A Reply

Your email address will not be published.