ବ୍ଲକ ସ୍ତରୀୟ ପରିବେଶ ବିଜ୍ଞାନ ମେଳା : ଶ୍ରେଷ୍ଠ ବିବେଚିତ ତିନୋଟି ପ୍ରକଳ୍ପ ଜିଲ୍ଲାସ୍ତରୀୟ ଉତ୍ସବକୁ ଉନ୍ନୀତ

add-all

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସିପାଞ୍ଜିରି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକ ସ୍ତରୀୟ ପରିବେଶ ବିଜ୍ଞାନ ମେଳା ପରିପୋଷଣୀୟ ଜୀବନ ଶୈଳୀ ବିଷୟବସ୍ତୁ କୁ ଆଧାର କରି ଅନୁଷ୍ଠିତ ହୋଇଯାଇଛି । ଏଥିରେ ୨୪ ଟି ବିଦ୍ୟାଳୟ ର ୩୩ ଶିକ୍ଷାର୍ଥୀ ଭାଗନେଇ ସେମାନଙ୍କର ପ୍ରତିଭା ପ୍ରଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷାଧିକାରୀ ମହେଶ୍ବର ମାଝି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜ ଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ବିଚାରକ ଭାବେ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ଅଧ୍ୟାପକ ହିମାଂଶୁ ଚରଣସାହୁ, ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ସଂଗ୍ରାମ କେଶରୀ ସ୍ବାଇଁ, ତଥା ସିର୍ଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଭାରପ୍ରାପ୍ତ ଅଧ୍ୟକ୍ଷ ଅସିତ କୁମାର ସାହୁ ଯୋଗ ଦେଇଥିଲେ ।

ବ୍ଲକ ସ୍ତରରୁ ଶ୍ରେଷ୍ଠ ବିବେଚିତ ତିନୋଟି ପ୍ରକଳ୍ପ ଜିଲ୍ଲା ସ୍ତରୀୟ ଉତ୍ସବ ରେ ଭାଗନେବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲା । ଗୋଷ୍ଠୀ ଶିକ୍ଷାଧିକାରୀ ମହେଶ୍ବର ମାଝିଙ୍କ ସଭାପତିତ୍ୱ ରେ ଆୟୋଜିତ ଉଦ‌ଯାପିତ ଉତ୍ସବ ରେ ବନାଞ୍ଚଳ ଅଧୂକାରୀ ଡି.ସୁବାଶ ଚନ୍ଦ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ଅଧ୍ୟାପକ ହିମାଂଶୁ ଚରଣ ସାହୁ ମୁଖ୍ୟବକ୍ତା ରୂପେ ଯୋଗ ଦେଇ ପରିପୋଷଣୀୟ ଜୀବନଶୈଳୀ ଓ ପରିବେଶ ସୁରକ୍ଷା ଉପରେ ଛାତ୍ରଛାତ୍ରୀଙ୍କୁ ଉଦ‌ବୋଧନ ଦେଇଥିଲେ । କାର୍ଯ୍ୟକ୍ରମରେ ସ୍ଥାନୀୟ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମଲୋଚନ ପଣ୍ଡା, ଶିକ୍ଷକ ରଜନୀ ସାହୁ, ଅମରେନ୍ଦ୍ର ପ୍ରଧାନ ତଥା ସିଆରସିସି ସରୋଜ କୁମାର ନାହାକ ଓ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

ad-week
Leave A Reply

Your email address will not be published.