
ଭୁବନେଶ୍ବର: ଜୟଦେବ ବିହାରରୁ ନନ୍ଦନକାନନ ରାସ୍ତାରୁ ହଟିବ ଭିଡ । ଏନେଇ ୯୫୨ କୋଟି ଟଙ୍କାର ଫ୍ଲାଏ ଓଭର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି । ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ୯୫୨ କୋଟି ଟଙ୍କା ବ୍ୟୟ ଅଟକଳରେ ଏକ ନୂଆ ଏଲିଭେଟେଡ୍ କରିଡରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜୟଦେବ ବିହାର ଛକ, କଳିଙ୍ଗ ହସ୍ପିଟାଲ ଛକ, ଡମଣା ଛକ ଓ କିଟ୍ ଛକରେ ଚାରିଟି ଫ୍ଲାଏ-ଓଭର ନିର୍ମାଣ କରାଯିବ । ଏହାଦ୍ବାରା ଏହି ଗହଳିପୂର୍ଣ୍ଣ ସଡକରେ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆସିବ ଏବଂ ଜନସାଧାରଣ କମ୍ ସମୟ ମଧ୍ୟରେ ସୁବିଧାରେ ଯିବାଆସିବା କରିପାରିବେ ।