
ଭୁବନେଶ୍ବର: ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ବୟାନ ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ।
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ବଡ ବୟାନ ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଛତିଶଗଡ ପରି ଓଡ଼ିଶାରେ ମଧ୍ୟ କାର୍ଯ୍ୟନୁଷ୍ଠାନ ହୋଇପାରେ ବୋଲି ମନ୍ତ୍ରୀ କହିଛନ୍ତି । ଆଇନ ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଅଶ୍ଳୀଳ ନୃତ୍ୟ ବିରୁଦ୍ଧରେ ଜନମତ ବି ସ୍ପଷ୍ଟ ଅଛି, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ନହେଉ । ଏନେଇ ସଂସ୍କୃତି ବିଭାଗ ଏବଂ ରାଜ୍ୟ ସରକାର ଆୟୋଜକ ଏବଂ ଯାତ୍ରା ପାର୍ଟି ମାଲିକଙ୍କୁ ଜଣାଇଛନ୍ତି । ସେମାନେ ଅଶ୍ଳୀଳ ନୃତ୍ୟ ନ କରିବାକୁ ସେମାନଙ୍କୁ ଜଣାଯାଇଛି । ସେମାନେ ଯଦି ଅଶ୍ଳୀଳ ନୃତ୍ୟ କରିବେ ତାହେଲେ ପରିଣାମ ସାମ୍ନା କରିବାକୁ ହେବ ବୋଲି ମନ୍ତ୍ରୀ କହିଛନ୍ତି ।