
ପୁରୀ: ପୁରୀରେ ବଲିଉଡ୍ ଅଭିନେତ୍ରୀ । ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଆଜି ପୁରୀ ଆସିଛନ୍ତି। ନିଜ ପରିବାର ଲୋକଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ଲାଭ କରିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ସିଂହଦ୍ବାରଠାରେ ପହଞ୍ଚିବା ପରେ ତାଙ୍କ କୌଳିକ ପଣ୍ଡା ସ୍ବାଗତ କରିଥିଲେ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।