ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟସ୍ତରୀୟ ଫୁଟବଲ ଚମ୍ପିୟାନସିପ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ

newyr25

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଂଘ ର ସଭାପତି ତଥା ଉପଜିଲ୍ଲାପାଳ ପ୍ରଣୀତା ଦାସ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସଂଘର ଉପସଭାପତି ସତ୍ୟ ନାରାୟଣ ପାଢ଼ୀ, ଉପଦେଷ୍ଟା ଶେଖ ସାଦିକ, ଦେବବ୍ରତ ସିଂ ଦେଓ, ସୁରେନ୍ଦ୍ର କୁମାର ପାତ୍ର, ସାଧାରଣ ସମ୍ପାଦକ ଡ଼. ସୁଶାନ୍ତ କୁମାର ଦାସ, ଯୁଗ୍ମ ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ ଓ କୋଷାଧ୍ୟକ୍ଷ ରଞ୍ଜିତ କୁମାର ମହାନ୍ତି ଙ୍କ ସମେତ ସମସ୍ତ ସଦସ୍ୟ ଙ୍କ ଉପସ୍ଥିତ ରେ ଆଗାମୀ ଫେବୃଆରୀ ୪ ତାରିଖ ରୁ ୧୧ ତାରିଖ ପର୍ଯ୍ୟନ୍ତ ଉପଖଣ୍ଡ କ୍ରୀଡା ସଂଘ କପ ର ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ଆୟୋଜନ କରିବା ପାଇଁ ସର୍ବ ସମ୍ମତି କ୍ରମେ ସ୍ଥିର କରାଯାଇଥିଲା l

ଏଥିରେ ରାଜ୍ୟର ବଛାବଛା ଫୁଟବଲ ଟିମ ମଧ୍ୟରେ ସମ୍ବଲପୁର ଏଫ ସି, ଡାଇମଣ୍ଡ କ୍ଲବ ଖୋର୍ଦ୍ଧା, ଦୋସ୍ତି ବ୍ରଦର ସୁନ୍ଦରଗଡ଼, ପପୁଲାର କ୍ଲବ- ଢେଙ୍କାନାଳ, ୟୁଏସସି ଟିମ – ବରଗଡ଼, ଏଫପିଏସଏ ଟିମ – ଜଟଣୀ, ଜଗା ଯୁନାଇଟେଡ଼- ଭୁବନେଶ୍ୱର, ଜେ.ଡି. କ୍ଲବ-ଫୁଲବାଣୀ ଭଳି ବିଭିନ୍ନ ଦଳ ଅଂଶ ଗ୍ରହଣ କରିବାକୁ ସମ୍ମତି ପ୍ରଦାନ କରିଛନ୍ତି l ସେଥିମଧ୍ୟରେ ୧୦ ତାରିଖ ଦିନ ସବୁଠାରୁ ବିଶେଷ ଆକର୍ଷଣ ମହିଳା ଫୁଟବଲ ମ୍ୟାଚ ବରଗଡ଼ ସହ ଭୁବନେଶ୍ୱର ମଧ୍ୟରେ ଆୟୋଜିତ ହେବ l ୧୧ ତାରିଖ ଫାଇନାଲ ତଥା ଉଦଯାପନୀ ଉତ୍ସବରେ ରାଜ୍ୟର ବହୁ ଗଣ୍ୟମାନ୍ୟ ଜନ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ପ୍ରତିଦିନ ର ମ୍ୟାଚ ଅପରାହ୍ନ ୨ଟା ୩୦ମି. ରେ ଆରମ୍ଭ ହେବାକୁ ଥିବା ବେଳେ ସେମିଫାଇନାଲ ଓ ଫାଇନାଲ ମ୍ୟାଚ ଅପରାହ୍ନ ୨ଘଣ୍ଟ ରେ ଆରମ୍ଭ କରାଯିବା ପାଇଁ ଏହି ବୈଠକ ରେ ଆଲୋଚନା କରାଯାଇଥିଲା l ଏହି ପ୍ରସ୍ତୁତି ବୈଠକ ରେ ଅନ୍ୟ ସଦସ୍ୟ ମାନଙ୍କ ମଧ୍ୟରେ କ୍ରୀଡା ସମ୍ପାଦକ ଶିବାନନ୍ଦ ପଟ୍ଟନାୟକ, ଏ. ଶ୍ରୀନିବାସ ଦୋରା, କ୍ରୀଡା ଆୟୋଜକ ଉପଦେଷ୍ଟା ମଣ୍ଡଳୀ ର ସମସ୍ତ ସଦସ୍ୟ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିବା ସହ ନିଜ ନିଜର ସୁ ଚିନ୍ତିତ ମତାମତ ପ୍ରଦାନ କରିଥିଲେ l

Leave A Reply

Your email address will not be published.