
ଭୁବନେଶ୍ବର: ରାଉରକେଲା ପ୍ଲେନ୍ କ୍ରାସ ଘଟଣାରେ ମୃତ ପାଇଲଟଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି । ଏଭଳି ଘୋଷଣା କରିଛନ୍ତି ଇଣ୍ଡିଆ ଏୟାର ୱାନ୍ ସିଇଓ ପ୍ରେମ କୁମାର ଗର୍ଗ । ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍ ଏୟାର ସଂସ୍ଥାରେ ଚାକିରି ମିଳିବା ସହ ୫ ମାସ ପର୍ଯ୍ୟନ୍ତ ପରିବାରର ସମସ୍ତ ଖର୍ଚ୍ଚ ମଧ୍ୟ ସଂସ୍ଥା ଉଠାଇବ । ବିମାନ ଭଗ୍ନାବଶେଷ ୨/୩ ଦିନ ମଧ୍ୟରେ ଭୁବନେଶ୍ବର ଉଠାଇ ନିଆଯିବ ।
ରାଉରକେଲା ବିମାନ ଦୁର୍ଘଟଣାରେ ଗୁରୁତର ସୁଶାନ୍ତ ବିଶ୍ୱାଳ ଆଖି ବୁଜିଛନ୍ତି । ସୂଚନା ଅନୁସାରେ, ଜାନୁଆରୀ ୧୦ ତାରିଖ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ସିଟ୍ ବିଶିଷ୍ଟ ଇଣ୍ଡିଆ ଓ୍ବାନ୍ ଏୟାର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଜଲଦା କାଏଁସର ଗ୍ରାମର ଏକ ପଡ଼ିଆ ନିକଟରେ ଏହି ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ ପାଇଲଟଙ୍କ ସହ ୬ ଆହତ ହୋଇଥିଲେ । ଆହତମାନଙ୍କ ମଧ୍ୟରୁ ଅଧିକାଂଶ ସୁସ୍ଥ ହେଉଥିବା ବେଳେ ଗୁରୁତର ସୁଶାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶନିବାର ମୃତ୍ୟୁ ଘଟିଥିଲା ।