କୋଟପାଡ଼ ମହାବିଦ୍ୟାଳୟର ୪୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଗଣଶିକ୍ଷା ମନ୍ତ୍ରୀ

newyr25

କୋଟପାଡ଼/କୋରାପୁଟ : କୋରାପୁଟ ଜିଲ୍ଲା କୋଟପାଡ଼ ମହାବିଦ୍ୟାଳୟ ପରିସରରେ ମହାବିଦ୍ୟାଳୟର ୪୬ତମ ବାର୍ଷିକ ଉତ୍ସବ ବେଶ୍ ଧୁମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଶେଷାନନ୍ଦ ମିଶ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ କୋଟପାଡ଼ ବିଧାୟକ ରୁପୁ ଭତ୍ରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସେହିପରି ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଅଧ୍ୟାପକ ଡ. ବିଜୟ ମିଶ୍ର ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ଓ ସଂସ୍କାର ସମ୍ପର୍କରେ ମାର୍ଗଦର୍ଶନ କରିଥିଲେ।

ଏହି ଅବସରରେ ମହାବିଦ୍ୟାଳୟ ପକ୍ଷରୁ ଏକ ପାଠଚକ୍ର ଆୟୋଜନ କରାଯିବା ସହ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ମନୋଜ୍ଞ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ଉତ୍ସବରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ।

Leave A Reply

Your email address will not be published.