ବୁଧବାର ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି: ସନ୍ଧ୍ୟା ୬ରୁ ରାତି ୧୦ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

newyr25

ପୁରୀ: ଆସନ୍ତାକାଲି ୩ ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ସ୍ୱତନ୍ତ୍ର ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ବନକଲାଗି ନୀତି ଆରମ୍ଭ ହେବ ।

ବନକଲାଗି ନୀତି ସମ୍ପୂର୍ଣ୍ଣ ହେବା ପରେ ଏବଂ ଶ୍ରୀଜୀଉଙ୍କ ମହାସ୍ନାନ ପରେ ପୁଣି ଥରେ ଶ୍ରଦ୍ଧାଳୁମାନେ ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇପାରିବେ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କୁ ଅନୁରୋଧ କରାଯାଇଛି ଯେ, ବନକଲାଗି ସମୟସୀମା ମଧ୍ୟରେ ସେମାନେ ମନ୍ଦିର ପରିସରରେ ରହିପାରିବେ ନାହିଁ। ଦୂରଦୂରାନ୍ତରୁ ଆସୁଥିବା ଭକ୍ତମାନେ ବନକଲାଗି ସମୟ ଜାଣି ସେହି ଅନୁସାରେ ଦର୍ଶନ ପାଇଁ ଯୋଜନା କରିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.