
ଭୁବନେଶ୍ବର: ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର । ବରିଷ୍ଠ ନାଗରିକଙ୍କ ପାଇଁ ନୂଆ ଯୋଜନା କରିଛନ୍ତି ରାଜ୍ୟ ସରକାର । ଏହି ଯୋଜନାରେ ସେମାନଙ୍କୁ ପୁରୀ ବୁଲାଇବେ ସରକାର । ୬୦ରୁ ୭୫ବର୍ଷ ବୟସ୍କଙ୍କୁ ଶ୍ରୀକ୍ଷେତ୍ରକୁ ନେଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରାଇବେ ମୋହନ ମାଝୀଙ୍କ ସରକାର । ଏଥିପାଇଁ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ‘ଶ୍ରୀ ଜଗନ୍ନାଥ ଦର୍ଶନ’ ଯୋଜନା । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ଏହି ଯୋଜନାରେ ୩୫ହଜାର ବରିଷ୍ଠ ନାଗରିକଙ୍କୁ ସାମିଲ କରାଯିବା ନେଇ ଲକ୍ଷ୍ୟ ରଖାଯାଇଛି । ପଞ୍ଚାୟତ ସ୍ତରରେ ହିତାଧିକାରୀ ଚୂଡାନ୍ତ କରିବା ନେଇ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।