ପୁରୀ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ପକ୍ଷରୁ ଅଦାଲତ ଅବମାନନା ନୋଟିସ୍

newyr25

ପୁରୀ: ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ପ୍ରସଙ୍ଗରେ ଅଡୁଆରେ ପୁରୀ ଜିଲ୍ଲାପାଳ । ପୁରୀ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ପକ୍ଷରୁ ଅଦାଲତ ଅବମାନନା ନୋଟିସ୍ ଜାରି ହୋଇଛି । ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ରଖିବାକୁ କୁହାଯାଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହୋଇନଥିବା ଅଭିଯୋଗରେ ଜବାବ ତଲବ ହୋଇଛି । ୩ ସପ୍ତାହ ମଧ୍ୟରେ ଜବାବ ଦଖଲ ପାଇଁ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୧୯୮୭ ମସିହାରେ ଅଭୟାରଣ୍ୟ ପାଇଁ ଜାରି ହୋଇଥିଲା ବିଜ୍ଞପ୍ତିର ୩୯ ବର୍ଷ ପରେ ଵି ହୋଇନାହିଁ ଜମି ଅଧିଗ୍ରହଣ । ଜମି ମାଲିକଙ୍କୁ କ୍ଷତିପୂରଣ ଦିଆଯାଇନି କି ଜମି ଛାଡ଼ ହୋଇନି । ଏହି ମାମଲାରେ ୨୦୨୪ ଡିସେମ୍ବର ସୁଦ୍ଧା ଚୂଡାନ୍ତ ନିଷ୍ପତ୍ତି ନେବାକୁ କୋର୍ଟ ହଲତ ଦେଇଥିଲେ । 

Leave A Reply

Your email address will not be published.