
ଭୁବନେଶ୍ୱର : ଆସନ୍ତା ଫେବୃୟାରୀ ୧୭ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ। ବଜେଟ୍ ଅଧିବେଶନ ଏପ୍ରିଲ ୮ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ଫେବୃୟାରୀ ୨୦ ତାରିଖରେ ବଜେଟ୍ ଉପସ୍ଥାପନ ହେବ। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ ଅଧିବେଶନ। ବଜେଟ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ। ପ୍ରଥମ ପର୍ଯ୍ୟାୟରେ ୭ଟି ଓ ଦ୍ବିତୀୟ ପର୍ଯ୍ୟାୟରେ ୨୨ଟି କାର୍ଯ୍ୟ ଦିବସ ରହିଛି। ମାର୍ଚ୍ଚ ୩୧ ବିଧାନସଭାରେ ବ୍ୟୟମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ ହେବ।