ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆସନ୍ତାକାଲି ଶ୍ଵେତଗଙ୍ଗାରେ କରିବେ ପିଣ୍ଡଦାନ

newyr25

ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ।ଆଜି ପୁରୀରେ ରାତ୍ରି ଯାପନ କରିବା  ନେଇ ସୂଚନା ରହିଛି। ବୁଧବାର ସକାଳ ୭ଟା ସମୟରେ ପୁରୀର ବାଲିସାହି ଶ୍ଵେତଗଙ୍ଗା ଠାରେ ପିଣ୍ତ ଦାନ କରିବାର କାର୍ଯ୍ୟକ୍ରମ ରହିଛି। ପିଣ୍ତଦାନ କରିବା ପରେ ୭ଟା ୪୦ ମିନିଟ୍ ସମୟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରାଷ୍ଟ୍ରପତି ଶ୍ରୀମନ୍ଦିର ପ୍ରବେଶ କରିବା ସମୟରେ ସିଂହଦ୍ଵାର ଠାରେ ଗଜପତି ମହାରାଜ ସ୍ଵାଗତ କରିବାର ରହିଛି। ତାହା ସହ ଗର୍ଭଗୃହ ଭିତରକୁ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି। ସକାଳ ୮ଟା ୨୦ ମିନିଟ୍ ସୁଦ୍ଧା ଦର୍ଶନ ସାରି ରାଷ୍ଟ୍ରପତି ଶ୍ରୀମନ୍ଦିରରୁ ଫେରି ଯିବାର କାର୍ଯ୍ୟସୂଚୀ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପୁରୀ ଜିଲ୍ଲା ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ରାଷ୍ଟ୍ରପତିଙ୍କ ଗସ୍ତକୁ ଆଖି ଆଗରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି।

  • ବୁଧବାର ସକାଳ ୪ଟାରେ ସୁଦ୍ଧା ଜୟ ବିଜୟ ଦ୍ଵାର ଫିଟା ନୀତି କରାଯିବ।
  • ସୁରକ୍ଷା ଦୃଷ୍ଟିକୋଣରୁ ସକାଳ ୬ଟା ସୁଦ୍ଧା ଶ୍ରୀ ମନ୍ଦିର ଶୋଧ କରାଯିବ।
  • କୌଣସି ଭକ୍ତ ଓ ଶ୍ରଦ୍ଧାଳୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ନିଷେଧ ରହିଛି।
Leave A Reply

Your email address will not be published.